Connect with us

ଭୁବନେଶ୍ୱର :ଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ କରି ବିପଦଶଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ଶତପ୍ରତିଶତ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

 

ବୈଠକରେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ପୁରୀ ଓ ସାଗାରଦ୍ବୀପ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ଅଛି। ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି।

 

ବୈଠକ ପରେ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବାତ୍ୟା ପାଇଁ କେହି ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ଅଗ୍ନୀଶମ ବାହିନୀ, ଓଡ୍ରାଫ ଟିମ୍ ଓ ଏନଡିଆରଏଫ ଟିମ୍ ସମସ୍ତେ ପ୍ରସ୍ତୁତ ଅଛନ୍ତି।

 

ବୈଠକରେ ମୁଖ୍ୟମନ୍ତ୍ରୀ, ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଆବଶ୍ୟକୀୟ ଖାଦ୍ୟ ପଦାର୍ଥ, ପିଇବା ପାଣି, ଆବଶ୍ୟକୀୟ ଔଷଧ, ଶିଶୁ ଖାଦ୍ୟ ତୁରନ୍ତ ମହଜୁଦ ରଖିବା ସହିତ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

 

ବାତ୍ୟାର ତୁରନ୍ତ ପରେ ବିଭିନ୍ନ ରାସ୍ତା ଘାଟରେ ଅବରୋଧ ଦୂର କରି ଯେପରି ବିଦ୍ୟୁତ, ପାଣି ଓ ଟେଲି ଯୋଗାଯୋଗ ପରି ମୌଳିକ ସେବା ତୁରନ୍ତ କାର୍ଯ୍ୟକ୍ଷମ ହେବ, ସେଥିପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଥିଲେ। ଡାକ୍ତରଖାନା ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ଗୁଡିକରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

 

ବାତ୍ୟା ସମୟରେ ଏବଂ ପରେ ଅତ୍ୟାବଶ୍ୟକ ସାମଗ୍ରୀର ଯେପରି ଦର ବୃଦ୍ଧି ନହୁଏ, ସେଥିପାଇଁ କଳାବଜାରୀଙ୍କ ଉପରେ ନଜର ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ବିଭିନ୍ନ ଜିଲ୍ଲା ମଧ୍ୟରେ ସମନ୍ୱୟ ରଖି ପ୍ରଭାବିତ ନ ହୋଇଥିବା ଅଞ୍ଚଳରୁ ଯେପରି ପନିପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆସିପାରିବ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ।

 

କୃଷି ବିଭାଗକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବାତ୍ୟା ପରେ କ୍ଷୟକ୍ଷତିର ଆଗୁଆ ଆକଳନ କରିବା ଆବଶ୍ୟକ। ଏହା ସହିତ ବିଭାଗର ‘Contingency Plan’ କୁ ତୁରନ୍ତ କାର୍ଯ୍ୟକାରୀ କରାଯିବା ଆବଶ୍ୟକ। ସେହିପରି ଆଗୁଆ ରବି ଚାଷ ପାଇଁ ସମସ୍ତ ପ୍ରକାର inputs ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଚାଷୀଙ୍କୁ ପ୍ରଦାନ କରାଯିବା ଉଚିତ ବୋଲି ସେ କହିଥିଲେ।

 

ବାତ୍ୟା ସମୟରେ କୌଣସି ପ୍ରକାର ଗୁଜବ ଏବଂ ମିଥ୍ୟା ସୂଚନା (misinformation) କୁ ରୋକିବା ପାଇଁ SRCଙ୍କ ତରଫରୁ ନିୟମିତ ଭାବେ ଗଣମାଧ୍ୟମରେ ସୂଚନା ଦେବା ଆବଶ୍ୟକ ବୋଲି ସେ କହିଥିଲେ। ଏହା ସହିତ SRC, OSDMA, I&PR, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, କୃଷି ବିଭାଗ, ଗୃହ ବିଭାଗର social media handleରେ ନିୟମିତଭାବେ ଅଧିକୃତ ସୂଚନା posting ହେବା ଆବଶ୍ୟକ ବୋଲି ସେ କହିଥିଲେ।

 

ସବୁଠାରୁ ଅଧିକ ପ୍ରଭାବିତ ସ୍ଥାନକୁ ଚିହ୍ନିଟ କରି ଗୋଖାଦ୍ୟ ଓ କୁକୁଡା ଖାଦ୍ୟ ମହଜୁଦ ରଖିବା ବୋଲି ସେ କହିଥିଲେ।

 

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଗତ ଦିନମାନଙ୍କରେ ଯଦିଓ ପବନ ଯୋଗୁ କେହି ମୃତାହତ ହୋଇନାହାନ୍ତି, ଅନ୍ୟାନ୍ୟ କାରଣରୁ ମଧ୍ୟ ଜୀବନ ହାନି ଘଟିଥାଏ। ଯେପରିକି ମାଟି କାନ୍ଥ ପଡି ମୃତ୍ୟୁ ହେବା। ଏସବୁକୁ ରୋକିବା ପାଇଁ ସମସ୍ତ ଦୁର୍ବଳ ଘରକୁ ଚିହ୍ନଟ କରି ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା ଉଚିତ।

 

ସେହିପରି ସହରାଞ୍ଚଳରେ Billboard କିମ୍ବା Signboard ଉପୁଡି ଲୋକେ ମୃତାହତ ହୁଅନ୍ତି । ତେଣୁ ସବୁ ସହରାଞ୍ଚଳ ବିଶେଷ ଭାବେ ଭୁବନେଶ୍ଵର, କଟକ, ପୁରୀ ଏବଂ ବ୍ରହ୍ମପୁର ସହରରୁ ସବୁ ଦୁର୍ବଳ Billboard କୁ ତୁରନ୍ତ ଚିହ୍ନଟ କରି ସେସବୁକୁ ହଟାଯିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

 

ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର  ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର  ଦେଓରଞ୍ଜନ କୁମାର ସିଂହ, ଅଗ୍ନିଶମ ମହାନିର୍ଦ୍ଦେଶକ ସୁଧାଂଶୁ ଷଡଙ୍ଗୀ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ। ଜିଲ୍ଲାପାଳ ମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ଏଥର ତୃତୀୟ ଲିଙ୍ଗୀ ପଶିବେ…

Published

on

ଭୁବନେଶ୍ୱର : ସେ ପୁରୁଷ ନୁହଁନ୍ତି l ମହିଳା ବି ନୁହନ୍ତି l ସେ ଜଣେ ଜଣାଶୁଣା ତୃତୀୟ ଲିଙ୍ଗୀ ମଣିଷ l

ଆତ୍ମ ଘୋଷିତ ତୃତୀୟ ଲିଙ୍ଗୀ ମେନକା ଗୁରୁସ୍ୱାମୀ ଯିବେ ରାଜ୍ୟସଭା l ପାର୍ଲିଆମେଣ୍ଟରେ ସଭ୍ୟ ହିସାବରେ ପ୍ରବେଶ କରିବାରେ ଦେଶର ପ୍ରଥମ ତୃତୀୟ ଲିଙ୍ଗୀ ଭାବେ ସେ ଇତିହାସ ରଚିବାକୁ ଯାଉଛନ୍ତି l

ସବୁ ରାଜନୈତିକ ଦଳଗୁଡିକ ବିସ୍ତାରିତ ପ୍ରତିନିଧିତ୍ୱ କଥାର ଡିଣ୍ଡିମ ପିଟୁଥିବା ବେଳେ, ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ମେନକାଙ୍କୁ ରାଜ୍ୟସଭା ପାର୍ଥି କରି ଏକ ନୂତନ ପରମ୍ପରା ସୃଷ୍ଟି କରିଛି l

Continue Reading

Nation

ପୁରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଖୁବ୍ ଶୀଘ୍ର ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

Published

on

ଭୁବନେଶ୍ୱର

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି।

ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଇତି ମଧ୍ଯରେ ସରିଛି । ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।

ସୂଚନାଯୋଗ୍ୟ ଯେ, ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Continue Reading

Nation

ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ହିଣ୍ଡାଲକୋର ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କର କଲେ ଶିଳାନ୍ୟାସ

Published

on

କେନ୍ଦୁଝର: ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଜିଲ୍ଳାରେ ସ୍ଥାପନ ହେବାକୁ ଯାଉଥିବା ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି।

ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ ଅଭିବୃଦ୍ଧିର କେନ୍ଦ୍ର କରିବାକୁ ପ୍ରତିବଦ୍ଧ।

ସୂଚନା ଥାଉ ଯେ, ୧୦୦ କୋଟି ଟଙ୍କା ନିବେଶରେ ବିକଶିତ ହେବାକୁଥିବା ଟେକ୍ସଟାଇଲ୍ ପାର୍କରେ ୧,୨୦୦ ଯୁବକ ଯୁବତୀ ନିଯୁକ୍ତି ସୁଯୋଗ ପାଇବେ। ଆଧୁନିକ ଭିତ୍ତିଭୂମି ଏବଂ ଲଜିଷ୍ଟିକ୍ ସହାୟତା ସହିତ ହିଣ୍ଡାଲ୍କୋ ୭ ଏକର ଜମିରେ ଏକ ପୋଷାକ ଉତ୍ପାଦନ ୟୁନିଟ୍ ସ୍ଥାପନ କରିବ। ଏହି ୟୁନିଟ୍ ବାର୍ଷିକ ୨୪ ଲକ୍ଷ ପୋଷାକ ଉତ୍ପାଦନ କରିବ।

ସେ ଆହୁରି କହିଥିଲେ ଯେ ଗତ ବର୍ଷ ଜୁଲାଇ ମାସରେ ଭୁବନେଶ୍ୱରରେ ଅନୁଷ୍ଠିତ ଓ-ଟେକ୍ସ ଟେକ୍ସଟାଇଲ୍ କନକ୍ଲେଭ ସମୟରେ, ୭,୮୦୦ କୋଟି ଟଙ୍କାର ୩୩ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା, ଯାହା ରାଜ୍ୟ ସାରା ୫୩,୦୦୦ ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିଛି। ଭଦ୍ରକରେ ଏକ ଟେକ୍ନିକାଲ୍ ଟେକ୍ସଟାଇଲ୍ ପାର୍କ ସହିତ, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଜଗତସିଂହପୁର ଠାରେ ମଧ୍ଯ ସମର୍ପିତ ବୟନଶିଳ୍ପ ଏବଂ ପୋଷାକ ପାର୍କ ପ୍ରତିଷ୍ଠା କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦ୍ୱାରା OCAC ମାଧ୍ୟମରେ 187 କୋଟି ଟଙ୍କା ବିନିଯୋଗରେ ଏକ ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟର ପାଇଁ ମଧ୍ୟ ଶିଳାନ୍ୟାସ କରିଛନ୍ତି।

ସନ୍ତୁଳିତ ଆଞ୍ଚଳିକ ବିକାଶ ଉପରେ ସରକାରଙ୍କ ଧ୍ୟାନକୁ ଦୋହରାଇ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଜିଲ୍ଲାରେ ମନ୍ଦିର ବିକାଶ ପାଇଁ 312 କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ଏବଂ ମକର ପର୍ବ ସମୟରେ 1,900 କୋଟି ଟଙ୍କାର ପ୍ରକଳ୍ପ ପୂର୍ବରୁ ଆରମ୍ଭ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାଏକ, ବିଧାୟକ ଶ୍ରୀ ଅଖିଳ ନାଏକ, ଡଃ ଫକୀର ମୋହନ ନାଏକ ଜିଲ୍ଲାପାଳ ଶ୍ରୀ ବିଶାଳ ସିଂହ, ଓକାକ ସିଇଓ ଶ୍ରୀ ପ୍ରଦୀପ କୁମାର ରାଉତ, ହିଂଡ଼ାଲକୋ ସଭାପତି ଶ୍ରୀ ଅର୍ଧେନ୍ଦୁ ମହାପାତ୍ର, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟକ ନାଗରିକ ଯୋଗ ଦେଇଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions