Nation

ବଢ଼ିଲା ୩% ମହଙ୍ଗା ଭତ୍ତା, ମିଳିବ ୭ମ ବେତନ କମିଶନଙ୍କ ୩୦% ବକେୟା

Published

on

ଭୁବନେଶ୍ୱର: ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮% ୩୧% ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୩% ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ।

ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦% ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦% ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

Leave a Reply

Your email address will not be published. Required fields are marked *

Trending

Exit mobile version