Nation

ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି

Published

on

ଭୁବନେଶ୍ୱର: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ବୁଧବାର ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ  ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର  ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *

Trending

Exit mobile version