Nation

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ

Published

on

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।
ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।
ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ  ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Trending

Exit mobile version