Nation

ପୁରୀ ମହୋଦଧି ଆରତୀ ଜାନୁଆରୀ ୬ ରେ

Published

on

ପୁରୀ: ଚଳିତ ମାସ ୬ ତାରିଖ ଅପରାହ୍ନରେ ସ୍ୱର୍ଗଦ୍ଵାର ସମ୍ମୁଖ ସମୁଦ୍ର କୂଳରେ ମହୋଦଧି ଆରତୀ ଉତ୍ସବ ପାଳନ କରାଯିବ। ଏଥି ନିମନ୍ତେ ଚୁଡାନ୍ତ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଏହି କାର୍ଯ୍ୟକ୍ରମ କୁ ଭବ୍ୟ ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବା ସହ ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ୱ କୁ ସଠିକ ଭାବେ ନିର୍ବାହ ପାଇଁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ପ୍ରାରମ୍ଭିକ ସୂଚନା ଦେବା ସହ ପୂର୍ବ ପ୍ରସ୍ତୁତି ଅନୁସାରେ ସମସ୍ତ କାର୍ଯ୍ୟକୁ ତ୍ୱରାନ୍ୱିତ କରି ସହଯୋଗର ସହ ଏହାକୁ ସଫଳ କରିବାକୁ ମତ ଦେଇଥିଲେ। ତୀର୍ଥରାଜ ଶ୍ରୀ ମହୋଦଧି ଆରତୀ ପରିଚାଳନା ସମିତିର ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ଖୁଣ୍ଟିଆ ଏଥିରେ ପୂଜ୍ୟପାଦ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଜୀ ମହାରାଜ,ପୁରୀ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଙ୍କ ସମେତ ବହୁ ସାଧୁ ସନ୍ଥ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଥିଲେ।
ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଏସ ପି ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ,ଉପ ଜିଲ୍ଲାପାଳ ଭବତାରଣ ସାହୁ, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅଜିତ କୁମାର ମହାପାତ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରିଡା ଅଧିକାରୀ ଚନ୍ଦନ ସାହୁ, ଜିଲ୍ଲା ଅଗ୍ନିଶମ ଅଧିକାରୀ ପ୍ରଦୀପ କୁମାର ରାଉତ ଓ ଅନ୍ୟାନ୍ୟ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *

Trending

Exit mobile version