Connect with us

ଭୁବନେଶ୍ୱର : ସମ୍ବାଦ ଖବର କାଗଜ ଉପରେ ବିଜେଡି ସରକାରର ଚଢ଼ାଉର ଗୁମର କଥା ଖୋଲିଛନ୍ତି  ଡି ଆର ପଟ୍ଟନାୟକ l

ଦେଶର ପ୍ରମୁଖ ଖଣି ମାଲିକ ଡି ଆର ପଟ୍ଟନାୟକଙ୍କ ଜୀବନୀ ଉପରେ ଲେଖା ଯାଇଥିବା ସ୍ୱୀକୃତିପ୍ରାପ୍ତ ପୁସ୍ତକ “ଡ଼ିଅର ଡିଆର” ରେ ଲେଖକ ଡକ୍ଟର ସଞ୍ଜୟ ହାତୀ ‘ବିରାଡ଼ି କପାଳକୁ ଶିକା ଛିଡ଼ିଲା’ ପରିଛେଦ ରେ 2024 ସାଧାରଣ ନିର୍ବାଚନ ପୂର୍ବରୁ ସମ୍ବାଦ ଉପରେ ବିଜେଡି ସରକାରର ଅର୍ଥନୈତିକ ଅପରାଧ ଶାଖାର ଚଢ଼ାଉ ଓ ଏହାର ପରବର୍ତୀ ଘଟଣାର ଗୋପନ କଥା ଲେଖିଛନ୍ତି l

ନିର୍ବାଚନ ପୂର୍ବରୁ ସମ୍ବାଦର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ଖବର କାଗଜର ପ୍ରଥମ ପୃଷ୍ଠାରେ ନିଜ ଦସ୍ତଖତ ସମ୍ବଳିତ ଏକ ଆଲେଖ୍ୟ ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଚିବ ଭି କେ ପାଣ୍ଡିଆନଙ୍କ ସମ୍ପର୍କରେ ଛାପିଥିଲେ l

ଡି ଆର ପଟ୍ଟନାୟକ କହିଛନ୍ତି, “ବିଜେଡି ସରକାରଙ୍କ ବିରୋଧରେ ତାଙ୍କର ସ୍ୱର ଉତ୍ତୋଳନ ତାଙ୍କୁ ବେଶୀ କ୍ଷତିଗ୍ରସ୍ତ କରାଇଥିଲା l ସରକାରୀ କଳ ତାର ସମସ୍ତ ବଳ ପ୍ରୟୋଗ କଲା ସୌମ୍ୟରଂଜନଙ୍କୁ ଚୁପ କରାଇବା ଲାଗି l ସୌମ୍ୟରଞ୍ଜନ ଇଷ୍ଟ ର୍ଣ୍ଣ ମିଡ଼ିଆର ଅଧକ୍ଷ ପଦ ଛାଡିବା ପରେ ମଧ୍ୟ ଏ ବିବାଦ ଥମିଲା ନାହିଁ l ପାଣ୍ଡିଆନ ମହାଶୟ ସିଧା ସଳଖ ସର୍ତ୍ତ ରଖିଲେ ସମ୍ବାଦକୁ ଅନ୍ୟ କାହାକୁ ହସ୍ତାନ୍ତର କରିଲେ ହିଁ ରକ୍ଷା l ନଚେତ ପରିମାଣ ଭୋଗିବାକୁ ପ୍ରସ୍ତୁତ ରୁହ l ଏପରିକି ସରକାରୀ ଦଳ ପୁଞ୍ଜି ଲଗାଣକାରୀଙ୍କୁ ମଧ୍ୟ ଯୋଗାଡ଼ କରି ସାରିଥିଲେ l ତେବେ ଆଉ ଗୋଟିଏ ରିହାତି ତା ମଧ୍ୟରେ ଥିଲା l ଯଦି ଡି.ଆର ତାହାର ଏକାବନ ପ୍ରତିଶତ ଭାଗିଦାରୀ ହୁଅନ୍ତି, ତେବେ ସରକାରୀ କଳର ସାହାଯ୍ୟ ରହିବ l”

ଡି.ଆର. ତାଙ୍କୁ ପ୍ରସ୍ତାବ ଦେଲେ ଗିଫ୍ଟ ହିସାବରେ ଖାଲି ଘୋଷଣା କରି ହସ୍ତାନ୍ତର କରିଦେବାକୁ l ତାହା ହେଲେ ପରେ ପୁଣି ଫେରାଇବାକୁ ସହଜ ହେବ l

“ମାତ୍ର ସୌମ୍ୟ ବାବୁଙ୍କ ସୁଯୋଗ୍ୟ ପୁତ୍ରସମ ବନ୍ଧୁ ଏହାକୁ ଅଲଗା ବାଟରେ ନେବାକୁ ଚାହୁଁଥିଲେ l ସେତେବେଳେ ସମ୍ବାଦ ଏବଂ ଇଷ୍ଟର୍ଣ୍ଣ ମିଡ଼ିଆର ଲିମିଟେଡ଼ର ଆର୍ଥିକ ଦାୟ ଥିଲା ଖୁବ ବେଶୀ l ତେଣୁ ସେମାନେ ଚାହିଁଲେ ବିଧିବଦ୍ଧ ଭାବେ ନିୟମ ଅନୁଯାୟୀ ଆବଶ୍ୟକତାରୁ ଅଧିକ ମୂଲ୍ୟ ବିନିମୟରେ ଡି. ଆର. ଙ୍କୁ ଏହାର ଦାୟିତ୍ୱ ହସ୍ତାନ୍ତର କରିବାକୁ l ଏଥିପାଇଁ ଡି. ଆର ଦେଢ଼ ଶହ କୋଟି ଦେଲେ କାରଣ ସେମାନେ କହିଲେ ଏକାବନ ପ୍ରତିଶତର ଟଙ୍କା ଦରକାର, ନହେଲେ ଅଧକ୍ଷ କାର୍ଯ୍ୟଭାର ହସ୍ତାନ୍ତର ହୋଇପାରିବ ନାହିଁ l ଇଷ୍ଟର୍ଣ୍ଣ ମିଡ଼ିଆର ଦାୟ ଭାର ଥିଲା ପ୍ରାୟ ଶହେ କୋଟି l ଟଙ୍କା ଦିଆଗଲା ଇଷ୍ଟର୍ଣ୍ଣ ମିଡ଼ିଆ ଲିମିଟେଡ଼ର ଉନ୍ନତି ନିମନ୍ତେ, ମାତ୍ର ଅଧିକାଂଶ ଅର୍ଥ ଲାଗିଲା ସେମାନଙ୍କର ବ୍ୟକ୍ତିଗତ ଇଚ୍ଛାପୁର୍ତ୍ତିରେ l

Xxx

“ବିରାଡ଼ି କପାଳକୁ ଶିକା ଛିଡ଼ିଲା ପରି ଓଡ଼ିଶାରେ ବିଜେଡି ସରକାର ହାରିଗଲା ନିର୍ବାଚନରେ l ବିଜେପି କ୍ଷମତାକୁ ଆସିଲା l ଏହା ସୌମ୍ୟରଞ୍ଜନଙ୍କ ନିମନ୍ତେ ଥିଲା ସୁନ୍ଦର ସୁଯୋଗ l ସେ କଣ କରିଥାନ୍ତେ, ସେକଥା ଭିନ୍ନ, ମାତ୍ର ସୁଯୋଗ୍ୟ ପୁତ୍ରସମ ବନ୍ଧୁଙ୍କ ପରାମର୍ଶରେ ଡି. ଆର. ଙ୍କୁ ବାଧ୍ୟ କରାଗଲା ପଦବୀ ଛାଡିବା ଲାଗି l ଡି. ଆର. ଅଧକ୍ଷ ପଦବୀ ଛାଡିଲେ କିନ୍ତୁ ସର୍ତ୍ତ ରହିଲା ତାଙ୍କର ଦେଇଥିବା ଅର୍ଥ ଫେରସ୍ତ ନକରିବାଯାଏଁ ସେ କାଗଜପତ୍ର ହସ୍ତାନ୍ତର କରିବେ ନାହିଁ l ଏଭଳି ଅବସ୍ଥାରେ ବର୍ତମାନ ଇଷ୍ଟର୍ଣ୍ଣ ମିଡ଼ିଆ ଲିମିଟେଡ଼ l”

ଡି. ଆର. କ୍ଷୋଭର ସହ କହିଛନ୍ତି, “ସମ୍ବାଦକୁ ଏକ ନମ୍ବର କରିବାରେ ତିନିଜଣଙ୍କ ଅବଦାନ ରହିଛି l ଆଜି ସୌମ୍ୟରଞ୍ଜନ ସେ କଥା ଭୁଲି ଯାଇଛନ୍ତି ବା ଜାଣି ମଧ୍ୟ କିଛି କରିପାରୁନାହାନ୍ତି l ନୂତନ ପିଢ଼ିର ପିଲାମାନେ କେବଳ ସ୍ୱାର୍ଥ ଦେଖନ୍ତି ଆଉ ଟଙ୍କାକୁ ଚିହ୍ନନ୍ତି l ସେଥିରେ ସମ୍ପର୍କ ବା ଭାପ୍ରବଣତାର କିଛି ମୂଲ୍ୟ ନାହିଁ l ସେମିତି ହୁଏତ ହୋଇଥିବ l ସୌମ୍ୟ ସବୁ ଜାଣି ମଧ୍ୟ ନିରବ ରହିବାକୁ ବାଧ୍ୟ ହେଇଥିବ ବା ସେମାନଙ୍କ କଥାରେ ଚାଲିବାକୁ ହେଉଥିବ ତାଙ୍କୁ l”

 

Continue Reading
Click to comment

Leave a Reply

Your email address will not be published. Required fields are marked *

Nation

ବନ୍ୟା ପ୍ରଭାବିତ ଜିଲ୍ଲାରେ ଅଗଷ୍ଟ ୧୫ ସୁଦ୍ଧା ଚାଉଳ ଓ କିରାସିନି କୋଟା ବଣ୍ଟନ ପାଇଁ ସରକାରଙ୍କ ତାଗିଦ  

Published

on

ଭୁବନେଶର : ରାଜ୍ୟର ବନ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ଓ ଏହାର ସହଜ ଉପଲବ୍ଧତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ଏ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ  ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରାମର୍ଶ କ୍ରମେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସବିଶେଷ ଆଲୋଚନା ହୋଇଛି ।

ଏହି ସମୀକ୍ଷା ବୈଠକରେ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଭାଗୀୟ ପ୍ରମୁଖ ଅଧିକାରୀଙ୍କ ସମେତ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ସମସ୍ତ ଜିଲ୍ଲାର ଯୋଗାଣ ଅଧିକାରୀ ମାନେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ବନ୍ୟା ପ୍ରପୀଡ଼ିତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀର ସହଜ ଉପଲବ୍ଧତା ଓ ଏହାର ଦରଦାମ ବୃଦ୍ଧି ନିୟନ୍ତ୍ରଣ ଉପରେ ସବିଶେଷ ଆଲୋଚନା ହୋଇଛି । ଏଥିପ୍ରତି ସଜାଗ ରହିବାକୁ ଯୋଗାଣ ଅଧିକାରୀ ମାନଙ୍କୁ ଶ୍ରୀ ସିଂହ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ପଡିଲେ ଏ ସଂକ୍ରାନ୍ତୀୟ ଅଭିଯୋଗ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ସହ ଚଢ଼ାଉ ଜୋରଦାର କରିବାକୁ କୁହାଯାଇଛି ।

ଏତଦବ୍ୟତୀତ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ ହିତାଧିକାରୀଙ୍କୁ ବଣ୍ଟନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଗତ ଏପ୍ରିଲ-ମଇ-ଜୁନ ମାସର ଚାଉଳ କୋଟା ସହ, ଜୁଲାଇ ଓ ଅଗଷ୍ଟ ମାସର ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାଗୁଡ଼ିକର ଚାଉଳ କୋଟା ତଥା ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ମାସର କିରାସିନି କୋଟାର ସମେୟାଚିତ ଉଠାଣ ଏବଂ ବଣ୍ଟନ ଉପରେ ସବିଶେଷ ସମୀକ୍ଷା କରଯାଇଥିଲା ।

ଉପରୋକ୍ତ ଚାଉଳ କୋଟା, କିରାସିନି କୋଟା ଗୁଡ଼ିକ ଯେପରି ଆସନ୍ତା ୧୫ ଅଗଷ୍ଟ ମଧ୍ୟରେ ଉଠାଣ ତଥା ବଣ୍ଟନ କାର୍ଯ୍ୟ ଶେଷ କରାଯିବ ଏଥିପ୍ରତି ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଯୋଗାଣ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Continue Reading

Nation

ତିନି ଜିଲ୍ଲାରେ ବନ୍ୟା ରିଲିଫ କାର୍ଯ୍ୟ ତଦାରଖ ପାଇଁ ତିନି ଆଇଏଏସ ଅଫିସର ଗଲେ

Published

on

ଭୁବନେଶ୍ୱର : ଓଡିଶା ସରକାର ଆଜି ତିନିଜଣ ଆଇ ଏ ଏସ ଅଫିସରଙ୍କୁ ବନ୍ୟା ରିଲିଫ ଓ ଥଇଥାନ କାର୍ଯ୍ୟ ତଦାରଖ ପାଇଁ ତିନି ବନ୍ୟା ପ୍ଲାବିତ ଜିଲ୍ଳାକୁ ପଠାଇଛନ୍ତି l ଓଏମସିର ଏମଡ଼ି ସୁଧାଂଶୁ ମୋହନ ସାମଲଙ୍କୁ ଭଦ୍ରକ, ଓଡିଶା ରାଜ୍ୟ ସିଭିଲ ସପଲାୟୀ ନିଗମ ଏମଡି  କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର ଏବଂ ରାଜ୍ୟ ଅବକାରୀ କମିଶନର ଶ୍ରୀମତୀ ପି. ଅନ୍ଵେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାକୁ ପଠା ଯାଇଛି l

Continue Reading

Nation

ଅନ୍ତର୍ଜାତୀୟ ଜଳସୀମାରେ ଏବେ ଟୁନା ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ: ମିଳିଲା ଅନୁମୋଦନ ପତ୍ରର

Published

on

ଭୁବନେଶ୍ୱର :  ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ୍ ଆଜି ଏଠାରେ ମୁକ୍ତ ସମୁଦ୍ରରେ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର (LoA)’ର ଜାତୀୟ ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩, ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନି କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦-୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବାବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚ-ମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ ଏବଂ ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ।

ଏହି ପବିତ୍ର ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ (୨୦୨୬-୨୦୩୬)’କୁ ମଧ୍ୟ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

କେନ୍ଦ୍ର ସରକାରଙ୍କ ମତ୍ସ୍ୟ ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଜାତୀୟ ସମବାୟ ରପ୍ତାନି ଲିମିଟେଡ୍ (NCEL) ସମେତ ବିଭିନ୍ନ ପ୍ରମୁଖ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଜାହାଜର ମାଲିକମାନଙ୍କୁ ସ୍ୱତନ୍ତ୍ର ଅନୁମୋଦନ ପତ୍ର ବଣ୍ଟନ କରାଯାଇଛି, ଯାହା ଦ୍ୱାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ-ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ।

 

ଶ୍ରୀ ରାଧାକୃଷ୍ଣନ୍ ଏହି ଜାତୀୟ କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଉପକୂଳବର୍ତ୍ତୀ ରାଜ୍ୟରୁ ଆସିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରାଧିକରଣ ପତ୍ର (LoA) ପ୍ରଦାନ କରିଥିଲେ। ଏହି ଅନୁମୋଦନ ପତ୍ର ପାଇଥିବା ସଂସ୍ଥା ଓ ମତ୍ସ୍ୟଜୀବୀମାନଙ୍କ ମଧ୍ୟରେ ଓଡ଼ିଶାର ପାରାଦୀପ ସମେତ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଗୋଆ, ଆନ୍ଧ୍ରପ୍ରଦେଶ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଦେଶର ଅନ୍ୟାନ୍ୟ ପ୍ରମୁଖ ଉପକୂଳ ଅଞ୍ଚଳରୁ ଆସିଥିବା ସାମୁଦ୍ରିକ ସମବାୟ ସମିତିର ପ୍ରତିନିଧିମାନେ ସାମିଲ ଥିଲେ।

ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି କହିଛନ୍ତି ଯେ, ଭାରତର ଦୀର୍ଘ ଉପକୂଳ ଏବଂ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ଦେଶର ପ୍ରାୟ ୫୦ ନିୟୁତ ମତ୍ସ୍ୟଜୀବୀଙ୍କୁ ଜୀବିକା ପ୍ରଦାନ କରୁଛି। ଏହି LoA କାର୍ଯ୍ୟକ୍ରମ ଦ୍ୱାରା ଦେଶର ମତ୍ସ୍ୟଜୀବୀ ପରିବାର ଗୁଡିକ ସ୍ୱଚ୍ଛଳ ଓ ସମୃଦ୍ଧ ହୋଇପାରିବେ। ଓଡିଶା ଭଳି ରାଜ୍ୟ ଏହାଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ସେ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  କହିଥିଲେ, ଆମ ସମୁଦ୍ର କେବଳ ଭୌଗୋଳିକ ସୀମା ନୁହେଁ, ବରଂ ରାଜ୍ୟର ୬ ଲକ୍ଷ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କ ଜୀବନରେଖା ଓ ପରିଚୟ ଅଟେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗତ ବର୍ଷ ଡିସେମ୍ବର ୨୦୨୫ରେ ଗୁଜରାଟର ଭେରାଭଲରୁ ଭାରତର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର (EEZ) ରେ ମାଛ ଧରିବା ପାଇଁ ‘ଆକ୍ସେସ୍ ପାସ୍’ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଥିଲା। ଏପର୍ଯ୍ୟନ୍ତ ଦେଶର ୫ ହଜାର ମତ୍ସ୍ୟଜୀବୀ ଏହି ପାସ୍ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଓଡ଼ିଶାର ୮୬୬ ଜଣ ଅଛନ୍ତି।

ସେ କହିଥିଲେ ଯେ, ବର୍ତ୍ତମାନ ଏହାର ପରବର୍ତ୍ତୀ ପଦକ୍ଷେପ ସ୍ୱରୂପ ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବା ପାଇଁ ପ୍ରାଧିକରଣ ପତ୍ର (LoA) ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରାରମ୍ଭିକ ଭାବେ ଓଡିଶାର ୮ ଜଣ ମତ୍ସ୍ୟଜୀବୀଙ୍କୁ ଏହି LoA ପ୍ରଦାନ କରାଯିବା ସହ ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ ଅଧୀନରେ ଭାରତୀୟ EEZ ଅଞ୍ଚଳରେ ମାଛ ଧରିବା ପାଇଁ ୨ଟି ଗଭୀର ସମୁଦ୍ର ମାଛଧରା ଜାହାଜ (DSFV) କୁ ମଧ୍ୟ ‘ଗୋ-ଆହେଡ୍‌’ ଅନୁମତି ଜାରି କରାଯାଇଛି। ଦେଶର ସମଗ୍ର ଉପକୂଳର ୨୪ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ରରେ (EEZ) ଆମ ମତ୍ସ୍ୟଜୀବୀଙ୍କ ପାଇଁ ଏହା ବିପୁଳ ସୁଯୋଗ ଆଣିଦେବ।

 ଆଗାମୀ ୧୦ ବର୍ଷ ମଧ୍ୟରେ ସମୁଦ୍ରରେ ୧୫୦ଟି ନୂତନ ଅତ୍ୟାଧୁନିକ ଗଭୀର ସମୁଦ୍ର ମାଛଧରା ଜାହାଜର ନିୟୋଜନ କରାଯିବ ଏବଂ ପ୍ରଚଳିତ ୫୦୦ଟି ମାଛଧରା ଜାହାଜର ସମ୍ପୂର୍ଣ୍ଣ ଆଧୁନିକୀକରଣ କରାଯିବ ବୋଲି ସେ କହିଛନ୍ତି ।

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଲେ ଯେ,  ମତ୍ସ୍ୟଜୀବୀମାନଙ୍କୁ ଯେଉଁ ସୁବିଧା ସୁଯୋଗ ଦିଆଯାଉଛି, ତାହା ଜାରି ରହିଲେ ଓଡିଶା ଖୁବ୍ ଶୀଘ୍ର ମତ୍ସ୍ୟ ଉତ୍ପାଦନ ଓ ରପ୍ତାନୀରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିବ। ଗଭୀର ସମୁଦ୍ରରେ ମାଛ ଉତ୍ପାଦନ କାର୍ଯ୍ୟକ୍ରମ ଏ କ୍ଷେତ୍ରରେ ଓଡିଶା ପାଇଁ ଖୁବ୍ ସହାୟକ ହେବ ବୋଲି ସେ ମତ ଦେଇଥିଲେ।

ମତ୍ସ୍ୟ, ପ୍ରାଣୀସମ୍ପଦ, ଦୁଗ୍ଧ ଉତ୍ପାଦନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ  କହିଥିଲେ ଯେ ଗଭୀର ସମୁଦ୍ରର ବିପୁଳ ସାମୁଦ୍ରିକ ସମ୍ପଦର ସ୍ଥାୟୀ ଓ ସୁନିୟୋଜିତ ବ୍ୟବହାର ପାଇଁ ଆମେ ବ୍ୟାପକ ସହାୟକ ନୀତିଗତ ସଂସ୍କାରଗୁଡ଼ିକ କାର୍ଯ୍ୟକାରୀ କରିଛୁ।

ଏହି ଜାତୀୟସ୍ତରର ସମାରୋହରେ କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍.ପି. ସିଂହ ବାଘେଲ, ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଭାରତ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ସଚିବ ଡକ୍ଟର ଅଭିଲାଖ୍ ଲିଖୀ ପ୍ରମୁଖ ଉପସ୍ଥିତ ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions