Nation

ମା ସମଲେଶ୍ବରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ଆଗାମୀ ୨୭ ରେ

Published

on

ସମ୍ବଲପୁର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ।

ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।

ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।

ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ଯ୍ୟ ଜାରି ରହିବ।

5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମା’ଙ୍କ ଆଶୀର୍ବାଦରୁ ସବୁ କାମ ଭଲରେ ଭଲରେ ଚାଲିଛି ଏବଂ ଆଗକୁ ମଧ୍ୟ ସବୁ କାମ ଭଲରେ ହେବ। ସମସ୍ତଙ୍କ ସହଯୋଗରେ ରୂପାନ୍ତର କାମ ଜାରି ରହିବ।

ସୂଚନାଯୋଗ୍ୟ ଯେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ। ଏହାର ଉନ୍ନତି ପାଇଁ ୨୦୨୧ ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ବୟନ ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଙ୍କୁ ନିମନ୍ତ୍ରଣ ପୂର୍ବରୁ ସେମାନେ ମା ସମଲେଶ୍ବରୀ ଙ୍କୁ ପୂଜା କରି ମା ପାଟଣେଶ୍ୱରୀ ମା ଦଶମତୀ ମା ବାଟ ମଙ୍ଗଳା ବାବା ସୋମନାଥ ଙ୍କୁ ଏବଂ ଭୁବନେଶ୍ଵର ରେ ଲିଙ୍ଗରାଜ ମହାପ୍ରଭୁ ଙ୍କୁ ନିମନ୍ତ୍ରଣ କରିଥିଲେ.

Leave a Reply

Your email address will not be published. Required fields are marked *

Trending

Exit mobile version