Connect with us

ଭୁବନେଶ୍ୱର: ବରିଷ୍ଠ ଆଇଏସ ଅଧିକାରୀ ସୁଜାତା ପାଣ୍ଡିଆନଙ୍କ ହୋଇପାରେ ସିଏମଓରେ ପ୍ରବେଶ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି କେ ପାଣ୍ଡିଆନଙ୍କ ଆଇଏସ ସେବାରୁ ଇସ୍ତଫା ଦେବାପରେ ଏବଂ ତୁରନ୍ତ ପରବର୍ତ୍ତୀ କାଳରେ କ୍ୟାବିନେଟ ମନ୍ତ୍ରୀ ପଦବୀରେ ନିଯୁକ୍ତି ଏବଂ ବିଜେଡିରେ ଯୋଗ ଦେବାପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦ ଖାଲି ପଡ଼ିଛି। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ କାହାକୁ ମିଳିବ ତାହା ନେଇ ଅନେକ କଳ୍ପନା ଜଳ୍ପନା ରାଜ୍ୟ ପାୱାର କରିଡରରେ ଚାଲିଛି।

ତେବେ ଯେତେ ଦୂର ସମ୍ଭବ ଏହି ସଂବେଦନଶୀଳ ପଦବୀ ପାଣ୍ଡିଆନଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା ରାଉତଙ୍କୁ ଏହି ପଦବୀ ମିଳିପାରେ। ସୁଜାତଙ୍କ ସହ ମୁଖ୍ୟମନ୍ତ୍ରୀ ସହଜ ଅନୁଭବ କରିପାରିବେ। ଏହି ପଦବୀ ପାଇଁ ଏସି ଓ ଏଷ୍ଟି ବିଭାଗ ସଚିବ ରୁପା ରୋସନ ସାହୁଙ୍କ ନାମ ବି ବିଚାରରେ ଅଛି।

Continue Reading
Click to comment

Leave a Reply

Your email address will not be published. Required fields are marked *

National

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି।

ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ।

ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

Continue Reading

National

ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Published

on

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

Continue Reading

National

ଅଲମ୍ପିଅନ ହକି ଖେଳାଳି ରୋହିତଦାସଙ୍କୁ ମିଳିଲା ପୂର୍ବତଟ ରେଳପଥରେ ନିଯୁକ୍ତି

Published

on

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ପରାସ୍ତ କରି ହକିରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ଜାତୀୟ ପୁରୁଷ ହକି ଦଳର ପ୍ରମୁଖ ସଦସ୍ୟ ଅମିତ ରୋହିଦାସ ବରିଷ୍ଠ କ୍ରୀଡ଼ା ଅଧିକାରୀ ଭାବରେ ପୂର୍ବ ତଟ ରେଳପଥରେ ଯୋଗ ଦେଇଛନ୍ତି।

ଏହା ପୂର୍ବରୁ ସେ ପଶ୍ଚିମ ରେଳପଥ ମୁମ୍ବାଇ ଠାରେ ଅଫିସର ଅନ ସ୍ପେଶାଲ ଡ୍ୟୁଟି (ଓଏସଡି) / କ୍ରୀଡା ପଦବୀରେ କାର୍ଯ୍ୟ କରୁଥିଲେ।

ଭାରତୀୟ ହକି ଦଳ ୪୦ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଥିଲା, ଶେଷ ପଦକ ୧୯୮୦ ରେ ମସ୍କୋ ଅଲିମ୍ପିକ୍ସରେ ମିଳିଥିଲା।

ଅମିତ ରୋହିତଦାସଙ୍କ ଏହି ନୂତନ ଯୋଗଦାନ ପାଇଁ ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ; ପୂର୍ବ ତଟ ରେଳପଥ କ୍ରୀଡା ସଂଗଠନ (ଇକୋର୍ସା) ର ସଭାପତି, ସାଧାରଣ ସମ୍ପାଦକ ଏବଂ ଅନ୍ୟାନ ବରିଷ୍ଠ ଅଧିକାରୀମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ଯୋଗଦାନ ନିଶ୍ଚିତ ଭାବରେ ସମସ୍ତ କ୍ରୀଡା ବିଭାଗରେ ଖେଳାଳୀଙ୍କୁ ଉତ୍ସାହିତ କରିବ ବୋଲି ବିଦ୍ୟା ଭୂଷଣ କହିଛନ୍ତି।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions